ଭୂବନେଶ୍ବର, ୦୮/୧୧ : ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି ଲେଖାଯାଇଛି ।
ଯେଉଁ ଶିକ୍ଷକ କିମ୍ବା ଅନ୍ୟ କର୍ମଚାରୀ ନୂଆ ଜମି କିଣିବା ପାଇଁ ଆବେଦନ କରିଛନ୍ତି ସେମାନେ ତାହାର ସମସ୍ତ ତଥ୍ୟ ଶିକ୍ଷା ପରିଷଦକୁ ପୈଠ କରିବେ । ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ ଆବେଦନକାରୀ ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)