ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା.୧୧.୧୧:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଳ ଜୈନ ଏହି ଶିବିରରେ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୧୨୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୧୨୦ଟି ବ୍ୟକ୍ତିଗତ ଓ ଗୋଟିଏ ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୂକ୍ଷକ ଶ୍ରୀ ଅନିଲ କୁମାର ବେଊରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଗୋଷ୍ଠୀ ଊନ୍ନୟନ ଅଧିକାରିଣୀ ଶ୍ରୀ ଲୋଚନ ଦାସ, ତହସିଲଦାର ଶ୍ରୀ ରବିନାରାୟଣ ଆଚାର୍ଯ୍ୟ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧୁକାରିଣୀ ଶ୍ରୀମତୀ ପ୍ରତିଭା ବାରିକ, ଜିଲ୍ଲା ଯୋଗାଣ ଅଧୂକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୋକାରୀ ଡ. ନିରୋଦ ଦାସ, ଜିଲ୍ଲା ମୁଖ୍ୟ କୃଷି ଅଧୂକାରୀ ଶ୍ରୀ ପ୍ରଶାନ୍ତ କୁମାର ମହାନ୍ତି, ଊଦ୍ୟାନ ବିଭାଗର ଊପ-ନିର୍ଦ୍ଦେଶକ ଶ୍ରୀ ଅମ୍ବର ଲୁଗୁନ୍,, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


