ମୟୂରଭଞ୍ଜ: ପ୍ରଥମେ ଯମୁନା ପରେ ଆଜି ପୁଣି ଶିମିଳିପାଳକୁ ଆସିଲା ଦ୍ବିତୀୟ ବାଘୁଣୀ । ମହାରାଷ୍ଟ୍ର ତାଡ଼ବା ଅନ୍ଧାରୀ ଟାଇଗର ରିଜର୍ଭରୁ ଆସି ମୟୂରଭଞ୍ଜ ଶିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଛି ଆଉ ଏକ ବାଘୁଣୀ ।
ଭବିଷ୍ୟତରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବାହାର ରାଜ୍ୟରୁ ଦୁଇଟି ବାଘୁଣୀ ଆଣିବା ନେଇ ନିକଟ ଅତୀତରେ ଯୋଜନା କରିଥିଲେ ରାଜ୍ୟ ସରକାର ।
ଏନେଇ ତିନି ମାସ ପୂର୍ବେ ରାଜ୍ୟ ମୁଖ୍ୟ ବନ ସଂରକ୍ଷକ ଏନଟିସିଏକୁ ଆବେଦନ କରିଥିଲେ । ଏନଟିସିଏ ପକ୍ଷରୁ ଅନୁମତି ମିଳିବା ପରେ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଥିଲେ ।ମହାରାଷ୍ଟ୍ରରୁ ଆସିଥିବା ଅଢେଇ ବର୍ଷର ବାଘୁଣୀ ଯମୁନାକୁ ଶିମିଳିପାଳର ବ୍ୟାଘ୍ର ସଂରକ୍ଷଣରେ ଛଡ଼ା ଯାଇଛି । ଏସଟିଆରର ଆସିସିଏଫ, ଡେପୁଟି ଡାଇରେକ୍ଟର ଏବଂ ପିସିସିଏଫଙ୍କ ଉପସ୍ଥିତିରେ ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଆସିଥିବା ବାଘୁଣୀକୁ ଏନକ୍ଲୋଜରରେ ମୁକ୍ତ ଭାବେ ଛଡ଼ା ଯାଇଛି ।ତେବେ ୨୦୨୩ ବାଘ ଗଣନା ଅନୁସାରେ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାବଳ ବାଘ ସଂଖ୍ୟା ବଢିଛି । ୩୯ଟି ବାଘ ଥିବା ବେଳେ ୫୦ପ୍ରତିଶତ କଳା ବାଘ ରହିଛନ୍ତି ।



