ଆସନ୍ତା ଡିସେମ୍ବର ୧୪ ତାରିଖରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୪
ଅନୁଗୋଳ – ତା. ୧୪.୧୨.୨୦୨୪ରିଖ(ଶନିବାର) ଅନୁଗୋଳ, ତାଳଚେର, ଆଠମଲ୍ଲିକ, ପାଲ୍ଲହଡା, ଛେଣ୍ଡିପଦା ଓ ବଂଅରପାଳ ସ୍ଥିତ ଅଦାଲତ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୪ ଅନୁଷ୍ଠିତ ହେବାକୁ ଯାଉଅଛି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧୁନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ ବାଉନସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ମାମଲା, ଶ୍ରମ ବିବାଦ ମାମଲା, ଲୋକ ଉପଯୋଗୀ ସେବା ସମ୍ବନ୍ଧୀୟ ମାମଲା ଯଥା ବିଦ୍ୟୁତ୍ ଓ ଜଳ ପୈଠ ବିଲ ସମ୍ବନ୍ଧୀୟ ମାମଲା (ସାଲିସ ବିହୀନ ବିବାଦକୁ ବାଦ ଦେଇ), ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ)/ ପାରିବାରିକ ବିବାଦ, ଜମି ଅଧୂଗ୍ରହଣ ମାମଲା, ଚାକିରି ସମ୍ବନ୍ଧୀୟ (ପେନସନ ମାମଲା ଅନ୍ତର୍ଭୁକ୍ତ), ରାଜସ୍ବ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମାମଲା(ଜିଲ୍ଲା କୋର୍ଟରେ ଓ ଜିଲ୍ଲା/ ତାଲୁକ୍ କର୍ତ୍ତୃପକ୍ଷଙ୍କ ନିକଟରେ ଥିବା ବିଚାରାଧୀନ) ବୌଦ୍ଧିକ ସମ୍ପତି ଅଧୁକାର ମାମଲା/ ଖାଉଟି ବିବାଦ/ଅନ୍ୟାନ୍ୟ ବିବାଦ କୌଣସି ଅର୍ଦ୍ଧ -ନ୍ୟାୟିକ ପ୍ରାକରଣ ନିକଟରେ ବିଚାରାଧୀନ, ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଆପୋଷ ସହମତିରେ ସମାଧାନ କରାଯାଇପାରିବ। ଏହା ସହିତ ପ୍ରାକ-ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ମାମଲା ତଥା ଚେକ ବାଉନସ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ବିବାଦ, ଲୋକ ଉପଯୋଗୀ ସେବା ସମ୍ବନ୍ଧୀୟ ବିବାଦ ଗୁଡ଼ିକ (ସାଲିସ ବିହୀନ ବିବାଦକୁ ବାଦ ଦେଇ), ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ)/ ପାରିବାରିକ ବିବାଦ ଓ ଅନ୍ୟାନ୍ୟ ମକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକଅଦାଲତରେ ହୋଇପାରିବ ଲୋକ ଅଦାଲତରେ ମକଦ୍ଦମା/ବିବାଦର ସମାଧାନ ପାଇଁ କୈାଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡାନ୍ତ ଏବଂ ଅମଳଯୋଗ୍ୟ । ଦୀର୍ଘ ଦିନ ଧରି ଚାଲୁରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ ଅଟେ | ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନସେବା ପ୍ରାଧୁକରଣ, ଅନୁଗୋଳ ବା ତାଲୁକ ଆଇନସେବା କାର୍ଯ୍ୟାଳୟ ତାଳଚେର, ଆଠମଲ୍ଲିକ, ପାଲ୍ଲହଡା, ଛେଣ୍ଡିପଦା ଓ ବଂଅରପାଳ ସହିତ ଯୋଗାଯୋଗ କରନ୍ତୁ |
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-16.jpg)


