ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର
ବୌଦ୍ଧ : ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ।
ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ କରିବା ନିମନ୍ତେ ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ ।
ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ । ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେବାର ଅଳ୍ପ ସମୟ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ତାଙ୍କୁ ମାଡ଼ିବସିଥିଲେ ।ଭିଜିଲାନ୍ସ ପକ୍ଷରୁ ଦୁଇ କର୍ମଚାରୀଙ୍କ ଠାରୁ ୫ ହଜାର ଟଙ୍କା ଜବତ କରାଯାଇଛି । ଏହି ପରିପ୍ରେକ୍ଷୀରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଉଭୟ ଅଭିଯୁକ୍ତ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସଙ୍କ ବିଷୟରେ ଅଧିକ ତଦନ୍ତ ଚଳାଇଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-16.jpg)


