ଭଦ୍ରକ: ଭଦ୍ରକ ପାଇଁ ଆଜି ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ୪ ହଜାର ୩୮୨ କୋଟି ଟଙ୍କା ବ୍ୟୟରେ ଭଦ୍ରକରେ ହେବ ବୟନ ପାର୍କ । ଆଇଓସିଏ୍ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।
ଏମସିପିଏଲ୍ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ । ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସ୍ଥିର ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ୍ ଅଧୀନ ଧାମନଗର ଛକ ଠାରେ ହେବ ବୟନ ପାର୍କ । ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି ।ସୂଚନାଯୋଗ୍ୟ, ପ୍ରଥମେ ଏହି ସ୍ଥାନରେ ଧରଣୀ ସୁଗାର କମ୍ପାନୀ ଚିନିକଳ ନିର୍ମାଣ ପାଇଁ ୧୯୯୫ରେ ଧାମନଗର ଛକ ଜାତୀୟ ରାଜପଥ ପାର୍ଶ୍ୱରେ ୨୩୫ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇଥିଲା । ଯାହା ଏବେ ଇଡକୋ ଅଧୀନରେ ଅଛି । ହେଲେ ଏଠାରେ ଚିନିକଳ ନ ହେବାରୁ ଅଧିକୃତ ହୋଇଥିବା ଜମିରେ ରାଜ୍ୟ ସରକାର ଫୁଡ୍ ପାର୍କ କରିବାକୁ କହିଥିଲେ, କିନ୍ତୁ କେନ୍ଦ୍ର ସରକାର ଟେକ୍ସଟାଇଲ୍ ପାର୍କ ନିର୍ମାଣ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେଇଥିଲେ । ଅଧୀକୃତ ଜମି ମଧ୍ୟରୁ ଟେକ୍ସଟାଇଲ୍ ପାର୍କ ପାଇଁ ୫୬ ଏକର ଜମି ଇଡକୋ ପ୍ରଦାନ କରିଛି ।



