ଭୂବନେଶ୍ୱର, ୨୫/୧୨ : କମ୍ଭମପତି ହରି ବାବୁଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମ୍ଭମପତିିିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି।
୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲାର ଟିମାସମୁଦ୍ରମ ଗାଁରେ ଜନ୍ମ ଲାଭ କରିଥିବା ଡକ୍ଟର ହରିବାବୁ କମ୍ଭମପତିିି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ। ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ୬ ନଭେମ୍ବର ୨୦୨୧ରେ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା ଏବଂ ୨୪ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ମିଜୋରାମ ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି। ଆସନ୍ତାକାଲି ସେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବେ ।



