ଆସନ୍ତା ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୂବନେଶ୍ବର, ୦୨/୦୧ : ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)


