ଭୂବନେଶ୍ୱର, ୦୬/୦୧ : ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ନୂତନ ଜମ୍ମୁ ରେଳ ଡିଭିଜନକୁ ଉଦଘାଟନ କରିବେ । ସେ ତେଲେଙ୍ଗାନାର ଚାର୍ଲାପଲ୍ଲୀ ନୂଆ ଟର୍ମିନାଲ ଷ୍ଟେସନର ଉଦଘାଟନ କରିବା ସହ ପୂର୍ବତଟ ରେଳପଥର ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କରିବେ।
ପଠାନକୋଟ – ଜମ୍ମୁ – ଉଧମପୁର – ଶ୍ରୀନଗର – ବାରାମୁଲା, ଭୋଗପୁର ସିରୱାଲ – ପଠାନକୋଟ, ବାଟାଲା – ପଠାନକୋଟ ଏବଂ ପଠାନକୋଟରୁ ଯୋଗିନ୍ଦର ନଗର ସେକ୍ସନକୁ ମିଶାଇ ୭୪୨.୧ କିଲୋମିଟର ବିଶିଷ୍ଟ ଜମ୍ମୁ ରେଳ ଡିଭିଜନ ଗଠନ ଜମ୍ମୁ ଓ କଶ୍ମୀର ଏବଂ ଆଖପାଖ ଅଞ୍ଚଳକୁ ଯଥେଷ୍ଟ ଉପକୃତ କରିବ ଏବଂ ଲୋକଙ୍କ ଦୀର୍ଘ ଦିନର ଆକାଂକ୍ଷାପୂରଣ କରିବ। ପ୍ରଧାନମନ୍ତ୍ରୀ ପୂର୍ବତଟ ରେଳପଥର ରାୟଗଡ଼ା ରେଳଡିଭିଜନ ଭବନର ଶିଳାନ୍ୟାସ କରିବେ। ଏହା ଦ୍ୱାରା ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗରେ ଉନ୍ନତି ଆସିବ ଏବଂ ଏହି ଅଞ୍ଚଳର ସାମଗ୍ରିକ ସାମାଜିକ-ଅର୍ଥନୈତିକ ବିକାଶ ହୋଇପାରିବ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

