Spread the love

ଭୂବନେଶ୍ୱର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉପସ୍ଥିତ ରହିବେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦ୍‌ବୋଧନ ଦେବେ ।

ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ ।୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଔଦ୍ୟୋଗିକ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଭୁବନେଶ୍ବରରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *