ଭୂବନେଶ୍ୱର, ୨୪/୦୧ : ଆଜି ପ୍ରାକ୍ ବଜେଟ୍ ପାଇଁ ବୈଠକ । ଫେବୃଆରୀ ୧୩ ତାରିଖ ଠାରୁ ଓଡ଼ିଶା ସରକାରଙ୍କର ବଜେଟ୍ ଅଧିବେଶନ ଆରମ୍ଭ ହେବ । ରାଜ୍ୟ ସରକାର ଫେବୃଆରୀ ୧୭ ତାରିଖରେ ସାଧାରଣ ବଜେଟ୍ ଉପସ୍ଥାପନ କରିବେ । ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ ।
ମୋହନ ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ କେଉଁ କ୍ଷେତ୍ରକୁ ଅଧିକ ଫୋକସ କରିବେ, ସେନେଇ ଆଜି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ସାଢ଼େ ୧୦ଟାରେ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏଥିରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବିଚାରବିମର୍ଶ ହେବ। ବୈଠକରେ ଅର୍ଥନୀତି ବିଶେଷଜ୍ଞଙ୍କ ସହ ପୂର୍ବତନ ଅର୍ଥମନ୍ତ୍ରୀ ସାମିଲ ହେବେ । ଫେବ୍ରୁଆରି ୧୩ରୁ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ। ଏହା ପରେ ଫେବ୍ରୁଆରି ୨୨ରୁ ମାର୍ଚ୍ଚ ୬ତାରିଖ ଯାଏଁ ଅଧିବେଶନ ବନ୍ଦ ରହିବ। ମାର୍ଚ୍ଚ ୭ ତାରିଖ ଠାରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟରେ ଅଧିବେଶନ ଜାରି ରହିବ।



