Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୨୭.୦୧:-ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତୀକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୮ଟି ଅଭିଯୋଗର ତୁରନ୍ତ ଫଲସଲା କରାଯାଇଥିଲା । ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ହେମନ୍ତ କୁମାର ସିଂହ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଛେଣ୍ଡିପଦା ବ୍ଳକ୍ ଅଧ୍ୟକ୍ଷା ଶ୍ରୀମତୀ ସୁମିତ୍ରା ସାହୁ, ଛେଣ୍ଡିପଦା ତହସିଲଦାର ଶ୍ରୀ ମାନସ ରଞନ ରାୟ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ପ୍ରତିଭା ବାରିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି ,ଉପ-ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *