ଆଇଆରବି ବାଟାଲିୟନ କନଷ୍ଟେବଳ ସୀପାହୀ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା, କିନ୍ତୁ ଅନ୍ୟାଦେଶ ନଆସିବା ଯାଏଁ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିବା ଲାଗି ଗୁରୁବାର ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ବୟସ ଅତିକ୍ରାନ୍ତ କରିଥିବା ପ୍ରାର୍ଥୀମାନଙ୍କ ଉଦ୍ଦେଶ୍ୟରେ ପୂର୍ବରୁ ଯେଉଁ ନିର୍ଦେଶ ଜାରି ହୋଇଥିଲା, ତାହା କାର୍ଯ୍ୟକାରୀ ନହେବା ଅଭିଯୋଗରେ ଦାୟର ଆବେଦନର ଶୁଣାଣି କରି ଏଭଳି ନିର୍ଦେଶନାମା ଜାରି କରିଛନ୍ତି ହାଇକୋର୍ଟ।
କୋଭିଡ କାରଣରୁ ପ୍ରାୟ ୩ ବର୍ଷ ଯାଏଁ ଆଇଆରବି କନଷ୍ଟେବଳ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇନଥିଲା। ସେହି ସମୟ ଭିତରେ କିଛି ପ୍ରାର୍ଥୀଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିଲା। କରୋନା କାଳ ଅତିକ୍ରମ କଲାପରେ ପ୍ରାୟ ୧୮ ଶହ ଆଇଆରବି କନଷ୍ଟେବଳ ସିପାହୀ ପଦ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ସେଥିରେ ବୟସାଧିକ କାରଣରୁ ବାଦ ପଡ଼ିଥିବା କିଛି ପ୍ରାର୍ଥୀ ଇଣ୍ଟରଭ୍ୟୁ ଦେବାଲାଗି ଅନୁମତି ଲୋଡି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।
କୋର୍ଟ ସେମାନଙ୍କ ଆବେଦନକୁ ବିଚାର କରି ଇଣ୍ଟରଭ୍ୟୁରେ ସାମିଲ ହେବା ଲାଗି ନିର୍ଦେଶ ଦେଇଥିଲେ। ଏହା ଭିତରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କିନ୍ତୁ ବୟସ ଅତିକ୍ରାନ୍ତ କରିଥିବା ପ୍ରାର୍ଥୀମାନେ ମେଧା ତାଲିକାରୁ ବାଦ ପଡିଛନ୍ତି। ଫଳରେ ସେମାନେ ପୁନର୍ବାର ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଆସନ୍ତା ୨୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)