ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ
ପବିତ୍ର ଓଡିଶା ଦିବସ ଓ ଅନୁଗୋଳ ଜିଲ୍ଲା ପ୍ରତିଷ୍ଠା ଦିବସ ଆଜି ମହାସମାରୋହରେ ପାଳିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରିକୃତ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇ ଓଡ଼ିଶାର ବରପୁତ୍ରଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଏକ ସାଧାରଣ ସଭାରେ ସେ ଯୋଗ ଦେଇ ଅନୁଗୋଳ ଜିଲ୍ଲା ବହୁତ ଲମ୍ବା ସମୟ ପର୍ଯ୍ୟନ୍ତ ସାରା ଓଡିଶାକୁ ମାର୍ଗ ଦର୍ଶନ କରୁଥିଲା। ଏହି ଜିଲ୍ଲା ସହିତ ତାଙ୍କ ସମ୍ପର୍କ ଅତି ପୁରୁଣା ମତବ୍ୟକ୍ତ କରିଥିଲେ। ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ବାଜି ରାଉତଙ୍କ ଛାତ୍ରାବାସ ଭିତ୍ତିଭୂମି ର ବିକାଶ ଓ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ରା ଜିଲ୍ଲାରେ ଏକ ଭୂ-ବନ୍ଦୋବସ୍ତ କାର୍ଯ୍ୟାଳୟ (ସେଟେଲମେଣ୍ଟ ଅଫିସ୍) ଖୋଲିବା ନିମନ୍ତେ କରିଥିବା ନିବେଦନକୁ ମଧ୍ୟ ସେ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଡ.ଧରଣୀଧର ନାଥ ଯୋଗ ଦେଇ ଭାଷା ଭିତ୍ତିକ ପ୍ରଥମ ରାଜ୍ୟ ଭାବେ ସ୍ବତନ୍ତ୍ର ଓଡିଶା ଗଠନର ବିଭିନ୍ନ ତଥା ଯୋଗ ଐତିହାସିକ ଘଟଣାକ୍ରମ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଅନୁଗୋଳ ପୌରପାଳିକାର ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦିପ ଗଡନାୟକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅତର ସଭାପତିତ୍ବ କରିଥିଲେ ଏବଂ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ଧନ୍ୟବାଦ ଅର୍ପଣ କରିଥିଲେ ।



