Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୨୧.୦୪:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୫୬ଟି ଅଭିଯୋଗ ଜନଶୁଣାଣି ଶିବିରରେ ସମୁଦାୟ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୨୫ଟି ଗ୍ରାମ୍ଯଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅନିଲ କୁମାର ବେଊରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *