କେନ୍ଦ୍ରୀୟ ଶ୍ରମିକସଙ୍ଗଠନପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ବଡ଼ବିଲ ତହସିଲଦାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ।କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ୍ ସଙ୍ଗଠନ ପକ୍ଷରୁ ଶତାଧିକ ସଂଖ୍ୟାରେ ପୁରୁଷ ଓ ମହିଳା ବିଭିନ୍ନ ସ୍ଲୋଗାନ ମାନ ଦେଇ ଏକ ବିଶାଳ ଶୋଭାଯାତ୍ରା ରେ ଆସି ବଡ଼ବିଲ ତହସିଲଦାରଙ୍କ କାର୍ଯ୍ୟାଳୟରେ ପହଞ୍ଚି ସତର ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦେଶର ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ବଡ଼ବିଲ ତହସିଲଦାର ଶ୍ରୀ ରାକେଶ କୁମାର ପଣ୍ଡା ଙ୍କୁ ପ୍ରଦାନ୍ କରିଥିବା ଦେଖିବାକୁ ମିଳିଥିଲା।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ



