ଭୁବନେଶ୍ୱର : ଜୁନ୍ ୨୩ରେ ହେବ ପଞ୍ଚାୟତ ଉପ ନିର୍ବାଚନ । ୪୩ ସରପଞ୍ଚ ଓ ୨୭୨ ୱାର୍ଡ ସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆଜି ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପ ନିର୍ବାଚନ ପାଇଁ ନୋଟିସ ଜାରି ହେବ। ଆସନ୍ତା ୨୬, ୨୮,୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ ।
ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ ।ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ । ଆସନ୍ତା ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ତା’ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ପଞ୍ଚାୟତ ଅଫିସରେ । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ । ୨୪ ତାରିଖ ସକାଳ ୮ରୁ ବ୍ଳକ ଅଫିସରେ ଭୋଟ ଗଣତି ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)


