ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୨୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୧୮ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ପରିଷଦର ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରି ଶଙ୍କର ବଳ, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




