ଭୁବନେଶ୍ଵର – ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହବିଦ୍ୟାଳୟ ଘଟଣାରେ ଚିକିତ୍ସାଧୀନ ଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।



