ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଆଉ ନାହାନ୍ତି। ଜୀବନ ଯୁଦ୍ଧରେ ସେ ହାରି ଯାଇଛନ୍ତି। ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି।
ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା।
ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।



