ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ।
ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରି ସ୍ଵାଧୀନତା ଦିବସ ପାଇଁ ସାରା ଓଡ଼ିଶା ଉତ୍ସବମୁଖର ବୋଲି କହିଥିଲେ।ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ନିଷ୍ପତ୍ତି । ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ।୮ KBK ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସୁବିଧା ମିଳିବ । ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ମିଳିବ ସୁବିଧା । ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ । ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ।



