ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୮.୦୮: ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ 1 ଜନଶୁଣାଣି ଶିବିରରେ ସମୁଦାୟ ୮୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୭୬ଟି ବ୍ୟକ୍ତିଗତ ଓ ୧୩ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥୁଲା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ଆବେଦନ କରିଥିବା ୨ ଜଣଙ୍କ ଦରଖାସ୍ତକୁ ସୁପାରିଶ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଡେପୁଟୀ କଲେକ୍ଟର ଶ୍ରୀ ଶୁଭଦର୍ଶନ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ-ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୂକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




