ଭୂବନେଶ୍ୱର, ୨୩/୦୮ : ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଡ୍ୟାମର ୪ଟି ଗେଟ ଖୋଲା ଯାଇଛି । ଜଳଭଣ୍ଡାର ବାମପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ୧ଟି ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୦ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ ଜଳ ପ୍ରବେଶ କରୁଛି ।
ଏଥିପାଇଁ ମହାନଦୀ ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ନଦୀ ବନ୍ଧ କର୍ତ୍ତୃପକ୍ଷ ।



