ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା.୦୧.୦୯:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ଓ ୯ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥ୍ ଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଆଠମଲ୍ଲିକ ଉପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, ଡେପୁଟୀ କଲେକ୍ଟର ଶ୍ରୀ ଶୁଭଦର୍ଶନ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



