ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସାଂସଦ ସମ୍ବଲପୁର ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ- ତଥା -କ୍ଷେତ୍ର ନିର୍ଦ୍ଦେଶକ,ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ନୂତନ କାର୍ଯ୍ୟାଳୟ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ମାନ୍ୟବର ଅନୁଗୁଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖ୍ ତର , ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ, ଆଞ୍ଚଳିକ ମୁଖ୍ୟ ବନ ସରଂକ୍ଷକ ଡ. ସଂଜୟ କୁମାର ସ୍ଵାଇଁ, ବନଖଣ୍ଡ ଅଧିକାରୀ ଶ୍ରୀ ନୀତିଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ।



