*ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବରଗଡ଼ରେ ଏକ ପେଡ୍ ମାଁ କେ ନାମ୍ -୨.୦*

ବରଗଡ଼: (ପବିତ୍ର ମେହେର)::ବରଗଡ଼ ଜିଲ୍ଲା ସଦରମହକୁମାରେ ଅବସ୍ଥିତ ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ପେଡ୍ ମାଁ କେ ନାମ୍ -୨.୦ ଅଭିଯାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଟାଉନ୍ ଥାନାର ମିଳିତ ଉଦ୍ୟମରେ ବିଦ୍ୟାଳୟ ପରିସରରେ ୬୦ ରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଟାଉନ୍ ଥାନାର ଅଧୀକ୍ଷକ ସୁରେନ୍ଦ୍ର କୁମାର ଛତ୍ରିଆ, ସମ୍ମାନିତ ଅତିଥି ଭାବରେ ଅଭିଭାବକ ମହାସଂଘର ସଭାପତି ବିମଳ କୁମାର ଦାଶ, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ରେଣୁ ଦାଶ ଶର୍ମା, ପୂର୍ବତନ ଛାତ୍ରୀ ଆଶା ରେଭେନ୍, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟବୃନ୍ଦ ଏବଂ ଅଭିଭାବକମାନେ ଉପସ୍ଥିତ ରହି ଚାରା ରୋପଣ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି,ସମ୍ମାନିତ ଅତିଥି ଭାବରେ ଇକୋ କ୍ଳବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଉପସ୍ଥିତ ରହି ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ପୁରସ୍କୃତ କରିବା ସହ ବିଶିଷ୍ଟ ଦିବସରେ ଚାରା ରୋପଣ କରି ତାର ଉପଯୁକ୍ତ ଯତ୍ନ ନେବା ପାଇଁ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ଇକୋ କ୍ଳବ୍ ଶିକ୍ଷୟିତ୍ରୀ ଅଞ୍ଜଳି ବିଶ୍ବାଳ ଓ କମଳା ଦାଶଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ରଶ୍ମିରେଖା ସାହୁ ସଭା କାର୍ଯ୍ୟ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।ଶେଷରେ ବରିଷ୍ଠ ଶିକ୍ଷୟିତ୍ରୀ ସୁକାନ୍ତି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।




