ନିଶାମୁକ୍ତ ଭାରତ ନିମନ୍ତେ ମିନି ମାରାଥନ୍

ଅନୁଗୋଳ, ତା. ୨୧.୦୯:- ଯଶଶ୍ଵି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ ‘ସେବା ପକ୍ଷ’ ପାଳନ ଅବସରରେ ଅନୁଗୋଳ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ବିଭାଗ ଆନୁକୁଲ୍ୟରେ ନିଶାମୁକ୍ତ ଭାରତ ଗଠନ ଅଭିଯାନ ସମ୍ପର୍କିତ ସଚେତନତା ମାରାଥନ ଅନୁଷ୍ଠିତ ହୋଇଯାଇଛି । ଏହି ମାରାଥନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ନିଶାମୁକ୍ତ ଭାରତ ଗଠନରେ ଯୁବକମାନଙ୍କର ଯୋଗଦାନ ନିତ୍ୟାନ୍ତ ଆବଶ୍ୟକ ମାରାଥନ କାର୍ଯ୍ୟକ୍ରମରେ ଜିଲ୍ଲା ଆଥଲେଟିକ ଆସୋସିଏସନର ସଦସ୍ୟ, ସ୍କୁଲ ଓ କଲେଜର ଛାତ୍ର ଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସେଠ ପରିଚାଳନା କରିଥିଲେ ।



