
*ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ବରଗଡ଼ରେ ପ୍ରଥମ ପର୍ଯ୍ୟାୟ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ” ଉଦଯାପିତ*

ବରଗଡ:୨୧/୯(ପବିତ୍ର ମେହେର) ବରଗଡ଼ ଜିଲ୍ଲା ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ବରଗଡ଼ରେ ପ୍ରଥମ ପର୍ଯ୍ୟାୟ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ” ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତି ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଭାବରେ ଏଡିଇଓ ସରୋଜ ଭୁଏ, ଏଡିଇଓ ବିନୟ କୁମାର ସୋଏ, ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ। ପ୍ରଶିକ୍ଷକ ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି, ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ଡିଆଇଇଟି ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା, ପଣ୍ଡକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ୍ ବିଶି ଯୋଗ ଦେଇ ତାଲିମ ପ୍ରଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଅମ୍ବାଭୋନା ବ୍ଲକ୍ ଓ ଅତାବିରା ବ୍ଲକର ସମସ୍ତ ୪୬ ଜଣ ହାଇସ୍କୁଲ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ।ମୁଖ୍ୟ ଅତିଥି ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ନେତୃତ୍ଵ ଓ ଦକ୍ଷତା ବିକାଶ ନିମନ୍ତେ ମାର୍ଗ ଦର୍ଶନ କରିଥିଲେ।ଏହି ଶିବିରରେ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ଓ ନେତୃତ୍ୱର ବିକାଶ ନିମନ୍ତେ ଜାତୀୟ ଶିକ୍ଷାନୀତି ୨୦୨୦ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ,ମାନ ନିର୍ଦ୍ଧାରଣ, ନେତୃତ୍ୱ ବିକାଶ, ସାମାଜିକ, ଆବେଗିକ ଓ ନୈତିକ ବିକାଶ, ଅନ୍ତର୍ନିବେଶୀ ଶିକ୍ଷା ଓ ସମତା, ଶିକ୍ଷାରେ ସୂଚନାଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର, ସାଇବର ସୁରକ୍ଷା , ବିଦ୍ୟାଳୟ ଓ ଆର୍ଥିକ ପରିଚାଳନା, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା, ବିପର୍ଯ୍ୟୟ ପରିଚାଳନା, ବିଦ୍ୟାଳୟ ଓ ଗୋଷ୍ଠୀ ସମ୍ପର୍କ, ଉପସ୍ଥାପନ ଅବଧାରଣ ବୃଦ୍ଧି ଓ ପାଠ ତ୍ୟାଗୀର ନିରାକରଣ,ଧନ୍ଦାମୂଳକ ଶିକ୍ଷା, ବିଦ୍ୟାଳୟ ବିକାଶ ଯୋଜନା ଇତ୍ୟାଦି ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରାଯାଇଥିଲା। ଉଦଘାଟନୀ ସମାରୋହରେ ଡିଆଇଇଟିର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଭୁକ୍ତା ଜନତା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।ଠିକ୍ ସେହିପରି ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତି ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ,ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ବରଗଡ଼ ବିଇଓ ସୁରେନ୍ଦ୍ର ସାହୁ,ଝାରବନ୍ଦ ବିଇଓ ଶୁଭମ୍ ପତି, ପେଡାଗୋଜି କୋର୍ଡିନେଟର୍ ପୁଷ୍ପାଞ୍ଜଳି ଦାଶ, ଡିଆଇଇଟିର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା, ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଓ ପଣ୍ଡକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ ବିଶି ମଞ୍ଚାସୀନ ଥିଲେ।ପ୍ରଶିକ୍ଷାର୍ଥୀମାନଙ୍କ ମଧ୍ୟରୁ ଲରମ୍ଭା ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଲୋକ ସାହୁ ଓ ଲରାସରା ହାଇସ୍କୁଲର ପ୍ରଧାନ ଶିକ୍ଷକ ମନବୋଧ ମାଝୀ ସଙ୍ଗୀତ ପରିବେଷଣ କରିଥିବାବେଳେ କେଦାରନାଥ ଆଦିବାସୀ ହାଇସ୍କୁଲ ଅମ୍ବାଭୋନାର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ରଥ,ପତ୍ରାପାଲି ହାଇସ୍କୁଲର ପ୍ରଧାନ ଶିକ୍ଷକ ସଙ୍ଗୀତା ରାଣୀ ମିଶ୍ର ଅନୁଭୂତି ବର୍ଣ୍ଣନା କରିଥିଲେ।ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଶେଷରେ କାଦୋବାହାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ବିଜୟ ଜୈଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ।




