Spread the love

ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି। ଜନ୍ମଦିନରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ତାଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରିଛନ୍ତି।

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ମଧ୍ୟ ନିଜ ସୋସିଆଲ ମିଡିଆରେ ବାର୍ତ୍ତା ପୋଷ୍ଟ କରି ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା ଏବଂ ରାଜ୍ୟର ଅନ୍ୟ ମନ୍ତ୍ରୀମାନେ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା ପ୍ରସ୍ତୁତ କରିଛନ୍ତି।

Leave a Reply

Your email address will not be published. Required fields are marked *