Spread the love

ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ କୁହାଯାଇଛି। ତେବେ ଲୋକଙ୍କ ମଧ୍ୟରେ ଦୀପାବଳି ପାଳନ ଓ ଛୁଟି ନେଇ ଦ୍ବନ୍ଦ୍ବ ରହିଥିଲା।

ସୂଚନାଯୋଗ୍ୟ, ଦୀପାବଳି ନେଇ ଚଳିତ ଥର ଦ୍ବନ୍ଦ୍ବ ଉପୁଜି ଥିଲା। କିଛି ଲୋକ ଆସନ୍ତା ୨୦ ତାରିଖରେ ଦୀପାବଳି ପାଳନ ପାଇଁ ଚିନ୍ତା କରୁଛନ୍ତି। ଆଉ କିଛି ଅକ୍ଟୋବର ୨୧ରେ ଦୀପାବଳି ହେବ ବୋଲି କହୁଛନ୍ତି। ୨୦ ତାରିଖ ଦିନ ଦିନ ଦୀପଦାନ ଏବଂ ପୟା ଶ୍ରାଦ୍ଧ ପାଳିବାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ କୁହାଯାଇଛି। ସରକାର ୨୧ ତାରିଖ ପରିବର୍ତ୍ତେ ୨୦ ତାରିଖକୁ ଛୁଟି ଘୋଷଣା କରିବାକୁ ଦାବି ହୋଇଥିଲା।

Leave a Reply

Your email address will not be published. Required fields are marked *