ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୨୭.୧୦:- ଆଜି ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୧୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୧୧୧ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆଠମଲ୍ଲିକ ଊପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, ଆଠମଲ୍ଲିକ ତହସିଲଦାର ଶ୍ରୀ ପ୍ରସନ୍ନ ଟେଟେ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




