
ଗୋପାଷ୍ଟମୀ ଉପଲକ୍ଷେ ଶ୍ରୀ ବୈତରଣୀ ଗୋଶାଳା ସେବାଶ୍ରମ ରେ ଗୋପୁଜନ

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ରେ ଥିବା ବୈତରିଣି ଗୋଶାଳା ରେ ଗୋପାଷ୍ଟମୀ ଉପଲକ୍ଷେ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୋଶାଳା ଠାରେ ଏକ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ଚମ୍ପୁଆ ଉପ ଜିଲ୍ଲାପାଳ ଉମାକାନ୍ତ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ବଡ଼ବିଲ ତହସିଲଦାର ରାକେଶ କୁମାର ପଣ୍ଡା, ପୌରଧିକାରୀ ରମେଶ କୁମାର ନାଏକ,ବଡ଼ବିଲ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଦେବେନ୍ଦ୍ର ନାଥ ପିଂଗୁଆ,

ବଡ଼ବିଲ ଥାନା ଅଧିକାରୀ ଅଶୋକ କୁମାର ନାଏକ, ଚନ୍ଦ୍ରଗୁପ୍ତ ପ୍ରାସାଦ ଯୋଗଦେଇଥିବା ବେଳେ ଗୋଶାଳା ର ସମସ୍ତ କାର୍ଯ୍ୟକର୍ତ୍ତା ଓ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ତୁଳା ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଅତିଥି ବୃନ୍ଦ ଗାଈ ମାନଙ୍କୁ ଚାରା ଓ ଗୁଡ଼ ଖୁଆଇଥିଲେ ଓ ଗୋଶାଳା ରେ କାର୍ଯ୍ୟରତ ସମସ୍ତ ଗୋସେବକ ମାନଙ୍କୁ ତାଙ୍କର ଏହି ମହତ କାର୍ଯ୍ୟ ପାଇଁ ସାଧୁବାଦ୍ ଓ କୃତଜ୍ଞତା ଜ୍ଞାପନ କରିଥିଲେ।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

