ରାଷ୍ଟ୍ରୀୟ ରାଷ୍ଟ୍ରୀୟ ଗୀତର ଟ ୧୫୦ ବର୍ଷ ପୂର୍ତ୍ତି ସମାରୋହ
ଅନୁଗୋଳ,ତା. ୦୭.୧୧:- ଆଜି ଭାରତ ବର୍ଷ ‘ବନ୍ଦେ ମାତରମ୍’ ର ୧୫୦ ବର୍ଷ ପୂର୍ତ୍ତୀପାଳନ କରୁଛି । ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କ ଦ୍ବାରା ରଚିତ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ ର ୧୫୦ ବର୍ଷ ପୂର୍ତ୍ତୀ ପାଳନ ଉପଲକ୍ଷେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ, ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୂକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଡେପୁଟୀ କଲେକ୍ଟର ଶ୍ରୀ ଜୟକୃଷ୍ଣ ପାତ୍ର, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସୁକାନ୍ତ କୁମାର ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ମନ୍ନାଥ ନାଥ ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧୁକାରୀ, ଜିଲ୍ଲା କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀ, ଶିକ୍ଷକ,ଶିକ୍ଷୟତ୍ରୀ, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ପ୍ରମୁଖ ଯୋଗ ଦେଇ ରାଷ୍ଟ୍ରୀୟ ଗୀତ ଗାନ କରିଥିଲେ । ପରେ ପରେ ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମ, ଦିଲ୍ଲୀ ଠାରେ ଆୟୋଜିତ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ । ଏହା ସହିତ ଅନୁଗୋଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଗୀତ ଗାନ କରାଯାଇଥିଲା ।



