Spread the love

ନୁଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ଭୋଟିଂ ହୋଇଛି। ସକାଳ ୯ଟା ସୁଦ୍ଧା ନୂଆପଡାରେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଥିଲା।ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି।

ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି ଏପରି ମୋଟ ୬ଟି ପିଙ୍କ ବୁଥ୍‌ କରାଯାଇଛି ।

Leave a Reply

Your email address will not be published. Required fields are marked *