* *ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ବରଗଡ଼ର କଂସ ଭୂମିକାରେ ଅଭିନୟ କରିବା ପାଇଁ ସୁଶୀଳ ମେହେର ମନୋନୀତ::*
ବରଗଡ:୧୮/୧୧(ପବିତ୍ର ମେହେର)ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତ ବର୍ଷ ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଳ ମେହେର କଂସ ଭୂମିକାରେ ଅଭିନୟ କରିବା ପାଇଁ ମନୋନୀତ ହୋଇଛନ୍ତି। ସେହିପରି ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ଅମ୍ବାଭୋନାର ହେମନ୍ତ ପ୍ରଧାନ ସେନାପତି, ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ, ମୁଗ୍ଧା ଦାଶ ଦେବକୀ ଚରିତ୍ର ପାଇଁ ମନୋନୀତ ହୋଇଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତିର ଉପସଭାପତି ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହା ଘୋଷଣା କରିଛନ୍ତି। ଘୋଷଣା ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ ମଧ୍ୟ ଉପସ୍ଥିତ ଥିଲେ। ବରଗଡ଼ରେ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଅନୁଷ୍ଠିତ ହେବ।



