ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା.୨୪.୧୧:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୫ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୀକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୀକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



