ଅନୁଗୋଳ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟରେ ଯୋଗ ଦାନ

ଅନୁଗୋଳ,ତା.୨୬.୧୧:– ଆଜି ପୂର୍ବାହ୍ନରେ ସୁଶ୍ରୀ ସନମ୍ ସ୍ମିତା ସାହୁ, ଅନୁଗୋଳ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଯୋଗଦାନ କରିଛନ୍ତି । ପ୍ରକାଶ ଥାଉକି, ଗତକାଲି କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିବା ନିଯୁକ୍ତି ମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝିଙ୍କ ଠାରୁ ସେ ନିଯୁକ୍ତି ପତ୍ର ଗ୍ରହଣ କରିଥିଲେ । ଏହି ଅବସରରେ ସୁଶ୍ରୀ ସାହୁ ଆଗାମୀ ଦିନରେ ନିଜର ଦାୟିତ୍ବ ସୂଚାରୁରୁପେ ତୁଲାଇବା ପାଇଁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ଏବଂ ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନଙ୍କ ସାହାଯ୍ୟ ସହଯୋଗ କାମନା କରିଛନ୍ତି ।




1 Comment
https://shorturl.fm/86xaP