ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଭଟଲି (ଅଭିମନ୍ୟୁ ପଧାନ): – ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ସମେତ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କୁବେର ଚନ୍ଦ୍ର ମହନ୍ତ, ଭଟଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେର, ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ ଏବଂ ତହସିଲଦାର ରାମକୃଷ୍ଣ ମିଶ୍ର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି, ନିର୍ମାଣ ଶ୍ରମିକ କାର୍ଡ, ସୁଭଦ୍ରା ଯୋଜନା, ସମସ୍ୟା ଆଧାରିତ ସମୁଦାୟ ୪୬ ଗୋଟି ଅଭିଯୋଗ ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ, ୧୩ ଗୋଟି ସାମୁହିକ ଅଭିଯୋଗ, ସେଥି ମଧ୍ୟରୁ ୬ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଓ ୨ ଗୋଟି ଅଭିଯୋଗର ତତକ୍ଷଣାତ୍ ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସୈରେନ୍ଦ୍ରି ମହାନନ୍ଦ, ଗୋଷ୍ଠୀ ଗୋଷ୍ଠୀ କୃଷି ଅଧିକାରୀ ଦେବାଶିଷ ଖମାରୀ, ଅତିରିକ୍ତ ଉଦ୍ୟାନ କୃଷି ଅଧିକାରୀ ଭାବେଶ କୁମାର ଦଲେଇ, ଯୋଗାଣ ନୀରିକ୍ଷକ ଶାନ୍ତାକାର ପଧାନ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ପ୍ରଣବ ପ୍ରକାଶ ପାଣିଗ୍ରାହୀ ତଥା ଜିଲ୍ଲା ଏବଂ ବ୍ଲକସ୍ତରୀୟ ସମସ୍ତ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ l ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ତାହିର ହୁସେନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଭଟଲି ଥାନାଧିକାରୀ ବିଭୂତି ଭୂଷଣ ଦଲେଇ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତ୍ସାରାଣୀ ଗଡତିଆ, ସାମାଜିକ ସୁରକ୍ଷା ଅଧିକାରୀ ଆଶିଷ ନାଏକ, ବ୍ଲକ କମ୍ପ୍ୟୁଟର କାର୍ଯ୍ୟକ୍ରମ ମୁଖ୍ୟ ଗିରିଧାରୀ ଭୋଇ, ମନିଷ କୁମାର ସାହୁ, ଶ୍ରୀକାନ୍ତ କୁମାର ସାହୁ ତଥା ବ୍ଲକ କାର୍ଯ୍ୟଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।




