
ଅନୁଗୋଳ – ଆଜିର ଜାତୀୟ ସଡ଼କ ସୁରକ୍ଷା ମାସ ଉଦଘାଟନ ସମାରୋହରେ ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତର ପତାକା ଦେଖାଇ ସଡ଼କ ସୁରକ୍ଷା ମାସର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଅନୁଗୋଳ ଉପ-ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା , ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ କୁମାର ,ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଖିଳ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମ ଏକ ମାସ ପର୍ଯ୍ୟନ୍ତ ଜାରି ରହିବ ।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଲା ଲୋକମାନଙ୍କୁ ସଚେତନ କରି ସଡକ ଜନିତ ଦୁର୍ଘଟଣାକୁ ହ୍ରାସ କରିବା ।



