ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ।
ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡ଼ିଆରେ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି । ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ।



