ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଊଦଘାଟିତ

ଅନୁଗୋଳ,ତା୧୬.୦୧:- ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଆଜି ପୂର୍ବାହ୍ନରେ ବିଜୁ ମଇଦାନ ଠାରେ ଊଦଘାଟିତ ହୋଇଯାଇଛି । ଏହି ମେଳା ଆଜି ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ଚାଲିବ। ଜିଲ୍ଲା ଉତ୍ପାଦଗୁଡିକୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଜିଲ୍ଲା ସ୍ତରରେ ପ୍ରଦର୍ଶନ କରିବା ଏହି ଶକ୍ତି ମେଳାର ଲକ୍ଷ୍ୟ । ମହିଳା ସଶକ୍ତିକରଣକୁ ଆଧାର କରି ଏହି ମେଳାରେ ମୋଟ ୧୨୫ଟି ଷ୍ଟଲ୍ ର ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କରିଥିଲେ । ମହିଳାମାନଙ୍କ ପାଇଁ ଥିବା ସରକାରୀ ଯୋଜନାଗୁଡିକ ଠିକ୍ ଭାବରେ କାର୍ଯ୍ୟକାରୀ କରିବା ଊପରେ ସେ ଗୁରୁତ୍ବାରୋପ କରିଥିଲେ । ସମ୍ମାନୀତ ଅତିଥି ଭାବେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ନାରୀ ଶକ୍ତି ସଶକ୍ତ ଓ ସ୍ବାବଲମ୍ବୀ ହେଲେ ସମାଜର ବିକାଶ ସମ୍ଭବ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ପରିଷଦର ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ଅନୁଗୋଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଡଃ ବିଶ୍ବ ଭୂଷଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ ଧଳ, ଓରମାସର ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବିମନ ମଲ, ମିଶନ ଶକ୍ତିର ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଶ୍ରୀ ଲମ୍ବୋଦର ବାସ୍କେଙ୍କ ସମେତ ବିଭାଗୀୟ ଅଧିକାରୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।



