ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ। ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି। ଏପ୍ରିଲ ମାସରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ। ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି। ଏପ୍ରିଲ ୨ ତାରିଖରେ ଶେଷ ହେବ ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


