ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି । ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ । ଏଥିସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି ।
ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

