ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର ‘ରେୟାର ଆର୍ଥ କରିଡର’ ପ୍ରତିଷ୍ଠା କରାଯିବ।
୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା ‘ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍’ ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।
ବଜେଟ୍ ଉପସ୍ଥାପନ ପରେ କଣ କହିଲେ ଅମିତ ଶାହା
ବଜେଟ୍ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି। କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ପରିବେଶ ସମ୍ମତ କାର୍ଗୋ ପରିବହନ ପ୍ରୋତ୍ସାହନ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି।
NW-5 ଦ୍ୱାରା ତାଳଚେର ଓ ଅନୁଗୋଳ ଖଣିଜ-ସମୃଦ୍ଧ ଅଞ୍ଚଳ ସଂଯୋଗ ହେବ। କଳିଙ୍ଗ ନଗର ଭଳି ଶିଳ୍ପ କେନ୍ଦ୍ରଗୁଡ଼ିକୁ ମଧ୍ୟ ସଂଯୋଗ କରାଯିବ। ଏହି ଜଳମାର୍ଗ ପାରାଦୀପ ଓ ଧାମରା ବନ୍ଦର ସହିତ ସଂଯୋଗ କରିବ। ଏହା ଦ୍ୱାରା ଲଜିଷ୍ଟିକ୍ସ ଦକ୍ଷତା, ଶିଳ୍ପ ବିକାଶକୁ ପ୍ରୋତ୍ସାହନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


