ଭୁବନେଶ୍ୱର: ଚଳିତ ବର୍ଷ ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷା ଆସନ୍ତା ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କଳା ବିଭାଗରେ ୨ ଲକ୍ଷ ୫୬ ହଜାର ୭୦୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ବାଣିଜ୍ୟ ବିଭାଗରେ ୨୪ ହଜାର ୬୨୧ ଜଣ ଏବଂ ବିଜ୍ଞାନ ବିଭାଗରେ ୧ ଲକ୍ଷ ୧୪ ହଜାର ୩୬୩ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୯୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।



