Spread the love

ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ


ଭବାନୀପାଟଣା (ଜାଗ୍ରତ ଭାରତ) ଜୁନାଗଡ ବକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧନ ଶିବିର ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ବ୍ଲକ ର ବିଭିନ୍ନ ଅଞ୍ଚଳରୁ ଆସିଥିବା ୩୪ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୮ ଗୋଟି ଓ ସାମୂହିକ ୫ ଗୋଟି ରହିଥିବା ବେଳେ ୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ, ଜମିବିବାଦ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ,ସମାଜ କଲ୍ଯାଣ, ଶିଶୁ ସୁରକ୍ଷା, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତ୍, ପୋଲିସ କେଶ୍, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ, ଉପଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଧର୍ମଗଡ଼ ଡ଼ୋଲାମଣୀ ଭୋଇ, ସ୍ଥାନୀୟ ବ୍ଲକ ଅଧ୍ୟକ୍ଷl, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *