ଭୁବନେଶ୍ୱର:ରାଜ୍ୟରେ ୪୦ ସକ୍ରିୟ ମାଓବାଦୀ ଅଛନ୍ତି । ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼ରେ ମାଓବାଦୀମାନେ ସକ୍ରିୟ ଅଛନ୍ତି । ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ ମାଓବାଦୀମାନେ କାର୍ଯ୍ୟ କରୁଛନ୍ତି ।
ଗତ ୫ ବର୍ଷରେ ୪୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ୭୮ଜଣ ମାଓବାଦୀ ନିହତ ହୋଇଛନ୍ତି । ସେହିପରି ୮୨ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ମୁଖ୍ୟମନ୍ତ୍ରୀ ବିଧାନସଭାରେ ତଥ୍ୟ ରଖିଛନ୍ତି । ଏପରିକି ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)
