ଭୁବନେଶ୍ୱର: ଗତ ୫ ବର୍ଷରେ ୩୧୦ଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ଗିରଫ ହୋଇଛନ୍ତି । ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଉତ୍ତର ଦେଇ ଏହା କହିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ପାଇଁ ଏମାନେ ଗିରଫ ହୋଇଛନ୍ତି ।
ସେହିପରି ୨୨ ସରକାରୀ ଅଧିକାର ଓ କର୍ମଚାରୀଙ୍କ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ମଧ୍ୟ ନିଦେ୍ର୍ଧଶ ଦିଆଯାଇଛି । ୪୦ କୋଟି ୮୪ ଲକ୍ଷ ୬୭ ହଜାର ଟଙ୍କା ଜବତ କରାଯାଇଛି ।



