ବ୍ଲକ୍ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ଅନୁଗୋଳ, ୨୪.୦୨ : ରାଜ୍ୟ ମହିଳା କମିଶନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ବଅଁରପାଳ ପଞ୍ଚାୟତ ସମିତି ସଭାଗୃହଠାରେ ବ୍ଲକସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କମିଶନର ସଦସ୍ୟ ଶ୍ରୀମତୀ ପ୍ରତିଭା ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଉଦଘାଟନ ଉତ୍ସବରେ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରତ୍ୟୁଷ ପଣ୍ଡା, ମାନ୍ୟବର ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଶ୍ରୀ ସରୋଜ ଦେବତା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ନିରୁପମା ପାଣି ଯୋଗ ଦେଇ ଲିଙ୍ଗଗତ ବୈଷମତା, ଘରୋଇ ହିଂସା, ମହିଳା ସୁରକ୍ଷା ଆଇନ ଓ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ନିଜର ମତାମତ ପ୍ରଦାନ କରିଥିଲେ ।

ଏଥିରେ ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଛାତ୍ରଛାତ୍ରୀ, ପଞ୍ଚାୟତିରାଜ ପ୍ରତିନିଧି, ସଖୀ ୱାନ ଷ୍ଟପ୍ ସେଣ୍ଟର କର୍ମୀ, ଶକ୍ତି ସଦନ, ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ସୁପରଭାଇଜର ପ୍ରମୁଖ ୩୦୦ରୁ ଉର୍ଦ୍ଧ୍ବ ବିଭିନ୍ନ ବର୍ଗର ମହିଳା ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ବାଲ୍ୟବିବାହ ତଥା ଶିଶୁ ସୁରକ୍ଷା ପାଇଁ ସାମୂହିକ ଶପଥ ପାଠ କରାଯାଇଥିଲା। ବାଲ୍ୟ ବିବାହ ନିରାକରଣ UNICEFର ଜିଲ୍ଲା ସଂଯୋଜିକା ସନ୍ଧ୍ୟାରାଣୀ ନାୟକ ମୁଖ୍ୟମନ୍ତ୍ରୀ କନ୍ୟା ଵିଵାହ ଯୋଜନା, କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା, ଡାହାଣୀ ପ୍ରଥା, ପୋକସୋ ଆଇନ, ମମତା ଯୋଜନା, ଜନନୀ ସୁରକ୍ଷା ଯୋଜନା ଇତ୍ୟାଦି ବିଷୟରେ ଆଲୋଚନା କରିଥିଲେ I ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ଶିକ୍ଷକ ଶିକ୍ଷୟତ୍ରୀ ସହିତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।




