ଶିକ୍ଷା ବିଭାଗର ବିକଳ ଚିତ୍ର । ୧୯୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ ।ଏନେଇ ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି । ଡେସ୍କ ଓ ବେଞ୍ଚ ନଥିବାରୁ ତଳେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଡେସ୍କ ଓ ବେଞ୍ଚ ଯୋଗାଇବାକୁ ପଦକ୍ଷେପ ନିଆଯାଉଛି କହିଛନ୍ତି ମନ୍ତ୍ରୀ ।
ସେହିପରି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ । ଚଳିତ ବର୍ଷ ୫,୪୬,୮୭୬ ପିଲା ଫର୍ମ ଫିଲଅପ କରିଥିଲେ । ହେଲେ ପରୀକ୍ଷା ଦେଇଛନ୍ତି ୫୩୬୯୪୬ ଛାତ୍ରଛାତ୍ରୀ । ଯାହା ୧.୮୧% ଅନୁପସ୍ଥିତ ପିଲାଙ୍କ ହାର ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


